Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: ୨୪ଘଣ୍ଟାରେ ୪୪ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଅନୁଗୁଳ, ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୦୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୩୦୧୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.