Odisha Link
Bridging the Missing Links in Odisha

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ। ସ୍ନାନବେଦୀ ମହାପ୍ରଭୁଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଇଛି। ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଇ ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଇଛିl ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି।

ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ଜଳ ଲାଗି କରାଯାଉଛି । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ରହିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ।

ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ। ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ। ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ।

ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ସ୍ନାନ ପୁର୍ଣିମା ନୀତି କରାଯାଉଛି। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିଛି।

Leave A Reply

Your email address will not be published.