Odisha Link
Bridging the Missing Links in Odisha

କରୋନା: ୩ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ଦୁଇ ଦିନ ଧରି ରାଜ୍ୟରେ ସଂକ୍ରମଣ ସାମାନ୍ୟ ବଢ଼ୁଥିବା ବେଳେ ଆଜି ହ୍ରାସ ପାଇଛି। ୩ହଜାର ତଳକୁ ଖସିଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ୬୪ ହଜାର ୨୫୫ କରୋନା ଟେଷ୍ଟ ହୋଇଥିବା ବେଳେ ରାଜ୍ୟରେ ୨ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ କ୍ବାରାଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୧୨୩୭ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୩୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୧ଜଣ, ଯାଜପୁର ଜିଲ୍ଲାରୁ ୨୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୧ଜଣ, କୋରାପୁଟ ଜିଲ୍ଲାରୁ ୫୪ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧ଜଣ, ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୯୩,୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩,୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୫୬,୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.