Odisha Link
Bridging the Missing Links in Odisha

ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନାହିଁ ଅଙ୍କୁଶ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, କଟକ ଓ ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୩ ଜଣ, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୯୩,୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩,୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୫୬,୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧ରେ ପହଁଞ୍ଚିଛି।

Leave A Reply

Your email address will not be published.