Odisha Link
Bridging the Missing Links in Odisha

କରୋନା: ଦିନକରେ ୩୫୫୪ ପଜିଟିଭ ଚିହ୍ନଟ, ୪୭ ମୃତ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୭,୦୬୨ରେ ପହଁଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୬ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଦିନକରେ ୪୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭୧ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୫୮, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୩୩ଜଣ, କଟକ ଜିଲ୍ଲାରୁ ୫୦୧ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୫ଜଣ, ଯାଜପୁର ଜିଲ୍ଲାରୁ ୨୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫୧ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନାଗିରି ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୧୦୦ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୨୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୬୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧ଜଣ, ଷ୍ଟେଟ ପୁଲ୍‌ରୁ ୧୦୦ଜଣ ରହିଛନ୍ତି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୯୭,୦୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩,୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୬୦,୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୪୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।

Leave A Reply

Your email address will not be published.