Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।