Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ, ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୧୯ ନୂଆ ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୩ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୩,୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ସେହିପରି ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦ରେ ପହଁଞ୍ଚିଛି। ଏନେଇ ରାଜ୍ୟସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୭ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୫୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜମ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୧୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୦ଜଣ, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୭୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୭୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୯୦ଜଣ ରହିଛନ୍ତି ।

ସେହିପରି ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ଼, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, କଟକ, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୨ ଜଣ ଲେଖାଏଁ, ସମ୍ବଲପୁର, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩ହଜାର ୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୨ ହଜାର ୪୦୪ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୬୭ ହଜାର୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହ କରୋନା ଯୋଗୁଁ ୩୯୩୦ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.