Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୨୬୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର। ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୬,୪୨୯ରେ ପହଁଞ୍ଚିଛି। ରାଜ୍ୟରେ ୨୪ ଘଣ୍ଟା ତଳେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ ଜଣ କ୍ବାରାଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୨୩ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୦୬,୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩,୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୭୦,୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.