Odisha Link
Bridging the Missing Links in Odisha

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟ କମିବାରେ ଲାଗିଛି। ହେଲେ ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନ୍ୟପଟେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୬,୪୨୯ରେ ପହଁଞ୍ଚିଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୦୬,୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୭୦,୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩,୯୭୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।

Leave A Reply

Your email address will not be published.