Odisha Link
Bridging the Missing Links in Odisha

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ, ଦିନକରେ ୩୩୭୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ଆଜି ସଂକ୍ରମଣ ହାର ବଢ଼ିଛି। ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୩ ହଜାର ତଳକୁ ହ୍ରାସ ପାଇଥିବା ବେଳେ ଆଜି ୩ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୧୪୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୪୩୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.