Odisha Link
Bridging the Missing Links in Odisha

OAS ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ୮ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି। ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ରାଜସ୍ୱ ପର୍ଷଦର ଅତିରିକ୍ତ ସଚିବ ନିହାର ରଞ୍ଜନ ଦାଶଙ୍କୁ ଜମିଜମା ରେକର୍ଡ ଓ ବନ୍ଦୋବସ୍ତର ଅତିରିକ୍ତ କମିଶନର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସିଇଓ ପ୍ରମୋଦ କୁମାର ମିଶ୍ରଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ପାଟଣାଗଡ଼ ଉପଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କୁ ରାୟଗଡ଼ାର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି, ମୟୂରଭଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭବେଶ କୁମାର ନାୟକଙ୍କୁ ବାଲେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଓ କୁଚିଣ୍ଡାର ତହସିଲଦାର ନିଶି ପୁନମ ମିଞ୍ଜଙ୍କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ନବରଙ୍ଗପୁର ଉପଜିଲ୍ଲାପାଳ ଭାସ୍କର ରାଇତୋଙ୍କୁ ନବରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ, କୁଚିଣ୍ଡାର ଉପଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ରେଢ଼ାଖୋଲର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

Leave A Reply

Your email address will not be published.