Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୨୩ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିିଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଳାକୁ ସତର୍କ ସୂଚନା ଦିଆଯାଇଛି। ଏହି ସମୟରେ ରାଜଧାନୀ ଭୁବନେଶ୍ବରର ଆକାଶ ମେଘୁଆ ରହିବ। ସହରର ତାପମାତ୍ରା ୨୬ ଡିଗ୍ରି ସେଲ୍‌ସିୟସ୍‌ରୁ ୩୫ ଡିଗ୍ରି ସେଲ୍‌ସିୟସ ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.