Odisha Link
Bridging the Missing Links in Odisha

ମରାମତି ହେବ ଶ୍ରୀଜିଉ ଓ ବଡ଼ ଠାକୁରଙ୍କ ସୁନା କୁଣ୍ଡଳ ଓ ଶ୍ରୀଭୁଜ

ପୁରୀ: ମରାମତି ହେବ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ସୁବର୍ଣ୍ଣ କୁଣ୍ଡଳ ଓ ସୁବର୍ଣ୍ଣ ଶ୍ରୀଭୁଜ ମରାମତି କରାଯିବ। ଶ୍ରୀଜଗନ୍ନାଥଙ୍କ ଦୁଇଟି ଓ ଶ୍ରୀ ବଳଭଦ୍ରଙ୍କର ଦୁଇଟି ଶ୍ରୀଭୂଜ ମରାମତି କରାଯିବ। ଶ୍ରୀଭୂଜର ଖଡୁ ବା ବଳା ଓ ପାପୁଲି, ଆଙ୍ଗୁଠିର ମରାମତି କରାଯିବ। ସୁନା ଦ୍ୱାରା ଏହାର ମହାମତି କରାଯିବ। ମରାମତି ପରେ ମହାପ୍ରଭୁ ସୁନାବେଶ ବା ରାଜାଧିରାଜ ବେଶରେ ବିଭୂଷିତ ହେବେ।

ଏଥିପାଇଁ ୧୨୦୦ ଗ୍ରାମର ସୁନାର ଆବଶ୍ୟକତା ରହିଛି। SBIରେ ଥିବା ସୁନାକୁ ଅଣାଯାଇ ବିଧି ମୁତାବକ ବିଶୁଦ୍ଧ କରାଯାଇ ମରାମତି କାର୍ଯ୍ୟରେ ଲଗାଯିବା ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଏକ ବେସରକାରୀ ଅନୁଷ୍ଠାନକୁ ଦାୟିତ୍ୱ ଦିଆଯାଇଛି। ୪ ଜଣ ଅଭିଜ୍ଞ କାରିଗରଙ୍କ ଦ୍ୱାରା ଏହି ମରାମତି କରାଯିବ। ଦ୍ୱାଦଶୀ ତିଥିରୁ ମରାମତି କାର୍ଯ୍ୟ ନାଭିକଟା ମଣ୍ଡପରେ କଡା ସୁରକ୍ଷା ମଧ୍ୟରେ କରିବାକୁ ସ୍ଥିର ହୋଇଛି।

ରଥଯାତ୍ରା ପୂର୍ବରୁ ଏହି କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ରହିଛି। ଏଥିସହ ସୁନା ବେଶରେ ବ୍ୟବହୃତ ହେବାକୁ ଥିବା କିଛି ସୁନା ଅଳଙ୍କାର ବି ମରାମତି ହୋଇପାରେ। ଆଗକୁ ରଥଯାତ୍ରା ଓ ପରେ ମହାପ୍ରଭୁଙ୍କ ସୁନା ବେଶ ହେବ। ରାଜରାଜେଶ୍ୱର ବେଶ ପୂର୍ବରୁ ଏହି ମରାମତି କାମ ସରିବ।

Leave A Reply

Your email address will not be published.