Odisha Link
Bridging the Missing Links in Odisha

କମୁଛି କରୋନା ସଂକ୍ରମଣ, ଦିନକରେ ୨୪୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜମ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୬ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.