Odisha Link
Bridging the Missing Links in Odisha

ରେକର୍ଡ କଲା କରୋନା ମୃତ୍ୟୁସଂଖ୍ୟା, ଦିନକରେ ନେଲା ୫୧ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.