Odisha Link
Bridging the Missing Links in Odisha

ଏଣିକି ୱେବ୍‌ ପୋର୍ଟାଲରେ ପାଠ ପଢ଼ିବେ +୩ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ କାରଣରୁ ସ୍କୁଲ କଲେଜ ବନ୍ଦ ଥିବାରୁ ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନରେ ଅସୁବିଧା ନହେବା ପାଇଁ ସରକାର ବିଭିନ୍ନ ପ୍ରକାର ବ୍ୟବସ୍ଥା କରିଛନ୍ତି। ପୂର୍ବରୁ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୟୁଟ୍ୟୁବ୍‌ରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଥିବା ବେଳେ ଏବେ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ୱେବ୍‌ ପୋର୍ଟାଲ ମାଧ୍ୟମରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନିଆଯାଇଛି।

କରୋନା ପାଇଁ ଶ୍ରେଣୀ ଗୃହରେ ଶିକ୍ଷାଦାନ ଆରମ୍ଭ ହୋଇ ପାରୁନଥିବାରୁ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଲାଗି ୱେବ୍‌ ପୋର୍ଟାଲ ମାଧ୍ୟମରେ ରାଜ୍ୟ ସରକାର ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥାରେ ଛାତ୍ରଛାତ୍ରୀମାନେ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରୋଜେକ୍ଟରେ ସାମିଲ ହେବେ।

 ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ଆସନ୍ତା ୮ ତାରିଖରେ ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ପୋର୍ଟାଲକୁ ଲୋକାର୍ପଣ କରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.