Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୧୩ ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ରହିବାପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୦ ତାରିଖରୁ କ୍ରମଶଃ ବଢ଼ିବ। ୧୨ରୁ ଅଧିକ ବର୍ଷା ହେବ। ଆସନ୍ତା ୨୦/୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବ। ଆଗକୁ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ଏହା ପ୍ରଭାବରେ ହିଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ବିଦେଶୀ ପାଣିପାଗ ସଂସ୍ଥା ଜିଏଫଏସ୍‌ ପୂର୍ବାନୁମାନ କରିଛି।

Leave A Reply

Your email address will not be published.