Odisha Link
Bridging the Missing Links in Odisha

ମୋଦୀଙ୍କ ଘରେ ପହଞ୍ଚିଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂଧ୍ୟା ୬ଟାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ଜଣାପଡ଼ିଛି। ନୂଆ ମନ୍ତ୍ରିମଣ୍ଡଳରେ ୬ କ୍ୟାବିନେଟ୍ ସହ ୨୦ ନୂଆ ମନ୍ତ୍ରୀଙ୍କୁ ସ୍ଥାନ ମିଳିପାରେ। ଯୁବ ଏବଂ ନୂଆ ଚେହେରାଙ୍କୁ ପ୍ରାଧାନ୍ୟ ଦିଆଯାଇପାରେ। ଏନେଇ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିବାରେ ଲାଗିଛି। ନୂଆ ମନ୍ତ୍ରୀ ମଣ୍ଡଳରେ  ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା ମୋଦୀଙ୍କ ବାସଭବନରେ ପହଞ୍ଚୁଥିବା ଜଣାଯାଇଛି।

ମୋଦିଙ୍କ ଟିମରେ ଓଡ଼ିଶାରୁ କିଏ ନୂଆ ମୁହଁ ଭାବେ ସ୍ଥାନ ପାଇବେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ମୋଦିଙ୍କ ଟିମରେ ସାମିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଅଶ୍ୱିନୀ ବୈଷ୍ଣବ ଏବେ ମୋଦୀଙ୍କ ଘରେ ପହଞ୍ଚିଥିବା ଜଣାଯାଇଛି।

ଅନ୍ୟ ନେତାଙ୍କ ଭଳି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ମୋଦୀଙ୍କ ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନରେ ପହଞ୍ଚିଛନ୍ତି।   ବିଜେଡି ସମର୍ଥନରେ ବୈଷ୍ଣବ ବିଜେପିରୁ ରାଜ୍ୟସଭା ଯାଇଛନ୍ତି।

Leave A Reply

Your email address will not be published.