Odisha Link
Bridging the Missing Links in Odisha

ନୂଆ ମନ୍ତ୍ରିମଣ୍ଡଳ ଗଠନ ପୂର୍ବରୁ ବହୁ ମନ୍ତ୍ରୀଙ୍କ ଇସ୍ତଫା

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ। ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାରି ମଧ୍ୟରେ ଏକ ବଡ଼ ଖବର ସାମନାକୁ ଆସିଛି। ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀ ସାମିଲ ହେବା ଓ କିଛି ମନ୍ତ୍ରୀ ବାଦ ପଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି।

ନୂଆ ମନ୍ତ୍ରିମଣ୍ଡଳ ଗଠନ ପୂର୍ବରୁ ବହୁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଥିବା ଜଣାଯାଇଛି। ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗୱାରଙ୍କ ଇସ୍ତଫାନେଇ ପିଟିଆଇ ସୂତ୍ରରୁ ଜଣାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଇସ୍ତଫା ଦେଇଛନ୍ତି। ଏହାସହ ମନ୍ତ୍ରୀ ସଦାନନ୍ଦ ଗୌଡ ମଧ୍ୟ କ୍ୟାବିନେଟରୁ ହଟି ପାରନ୍ତି। ଶିଶୁ, ମହିଳା ବିକାଶ ରାଷ୍ଟ୍ରମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ଇସ୍ତଫା ଦେଇଛନ୍ତି। ପଶ୍ଚିମବଙ୍ଗରୁ ଏଥର କ୍ୟାବିନେଟରେ ନୂଆ ଚେହେରାଙ୍କୁ ସ୍ଥାନ ମିଳିପାରେ। ଆହୁରି ଅନେକ ନୂଆ ଚେହେରାଙ୍କୁ ନେଇ ଚର୍ଚ୍ଚା ଜୋର ଧରୁଛି।

ଅନ୍ୟପକ୍ଷରେ ମୋଦୀଙ୍କ ଟିମରେ ୨୩ ଜଣ ନୂଆ ମନ୍ତ୍ରୀ ସାମିଲ ହୋଇପାରନ୍ତି। ରାଷ୍ଟ୍ରପତି ଭବନକୁ ୨୩ ଜଣଙ୍କ ନାମ ଯାଇଥିବା ସୂଚନା ମିଳିଛି। ତନ୍ମଧ୍ୟରୁ ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି। ସେହିପରି ରାଷ୍ଟ୍ରମନ୍ତ୍ରୀ ଥିବା ୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବା ନେଇ ମଧ୍ୟ ସୂଚନା ମିଳିଛି । ଏମାନଙ୍କ ନାମ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ଯାଇଥିବା ଜଣାଯାଇଛି।

Leave A Reply

Your email address will not be published.