Odisha Link
Bridging the Missing Links in Odisha

ଇସ୍ତଫା ଦେଲେ ପ୍ରତାପ ଚନ୍ଦ୍ର ଷଡଙ୍ଗୀ

ନୂଆଦିଲ୍ଲୀ: ଆଜି ସଂଧ୍ୟା ୬ଟା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ। ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀ ସାମିଲ ହେବା ଓ କିଛି ମନ୍ତ୍ରୀ ବାଦ ପଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ଇସ୍ତଫା ପର୍ବ ଆରମ୍ଭ ହୋଇଯାଇଛି। ବହୁ ବରିଷ୍ଠ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଇସ୍ତଫା ଦେଇଛନ୍ତି।

ପ୍ରତାପ ଚନ୍ଦ୍ର ଷଡଙ୍ଗୀ ବିଭିନ୍ନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଥିଲେ। ଶ୍ରୀ ଷଡ଼ଙ୍ଗୀ ମୋଦୀଙ୍କ ଦ୍ୱିତୀୟ ପାଳିରେ ମନ୍ତ୍ରୀ ହୋଇଥିଲେ। ଏମଏସଏମଇ ଓ ପଶୁ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଓଡ଼ିଶାର ମୋଦୀ ଭାବେ ସେ ବେଶ ପରିଚିତ ଥିଲେ।

ସେହିପରି କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଇସ୍ତଫା ଦେଇଛନ୍ତି। ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଥିବା ଜଣାଯାଇଛି। ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗୱାରଙ୍କ ଇସ୍ତଫା ଦେଇଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ମଧ୍ୟ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଦାନନ୍ଦ ଗୌଡ଼ ମଧ୍ୟ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷରେ ମୋଦୀଙ୍କ ଟିମରେ ୪୩ ଜଣ ନୂଆ ମନ୍ତ୍ରୀ ସାମିଲ ହୋଇପାରନ୍ତି। ଆଜି ସନ୍ଧ୍ୟାରେ ସେମାନେ ଶପଥ ନେଇପାରନ୍ତି। ତେବେ ସେମାନଙ୍କ ନାମ ରାଷ୍ଟ୍ରପତି ଭବନକୁ ଯାଇଥିବା ସୂଚନା ମିଳିଛି। ତନ୍ମଧ୍ୟରୁ ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି। ସେହିପରି ରାଷ୍ଟ୍ରମନ୍ତ୍ରୀ ଥିବା ୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବା ନେଇ ମଧ୍ୟ ସୂଚନା ମିଳିଛି। ଏମାନଙ୍କ ନାମ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ଯାଇଥିବା ଜଣାଯାଇଛି।

Leave A Reply

Your email address will not be published.