Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ୩୮୯ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଭୁବନେଶ୍ୱରରୁ ଆଜି ୩୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩୫୮ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୩ ହଜାର ୦୭୭ କୁ ବୃଦ୍ଧି ପାଇଛି। ୯୧ ହଜାର ୩୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧ ହଜାର ୨୧୦ ଜଣ ଚିକିତ୍ସିତ ହେଉଥିବା ବେଳେ ୪୯୭ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.