Odisha Link
Bridging the Missing Links in Odisha

୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। ଆଗାମୀ ୨୪ ଘଣ୍ଟା ଭିତରେ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏହି ୨୩ ଜିଲ୍ଲା ମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୭ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଦେବଗଡ଼।

ସେହିପରି ଅନ୍ୟ ୧୬ ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଳପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁରରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଛି।

Leave A Reply

Your email address will not be published.