Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଲି ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।୧୯ ଜିଲ୍ଲାରୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ।

ସେହିପରି ଅନ୍ୟ ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।୧୪ ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା। ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଏହି ସବୁ ଜିଲ୍ଲାର ଲୋକେ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.