Odisha Link
Bridging the Missing Links in Odisha

ଲାଗୁନି ଅଙ୍କୁଶ, ରାଜ୍ୟରେ ସାଢ଼େ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହା ରାଜ୍ୟ ପାଇଁ ଏକ ଆଶ୍ବସ୍ତିକର ଖବର। ହେଲେ ମୃତ୍ୟୁସଂଖ୍ୟା ବଢ଼ାଉଛି ଚିନ୍ତା। କରୋନା ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଉ ୫୮ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ହାନି ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୭ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୬ ହଜାର ୩୬୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬ ହଜାର ୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୫୩୪ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.