Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁ ସଂଖ୍ୟା, ଆଉ ୬୫ ଜଣଙ୍କର ଚାଲିଗଲା ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। କିଛିଦିନ ହେବ ଦୈନିକ ୩ ହଜାର ତଳେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲଗାତାର ଉପରମୁହାଁ ରହୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.