Odisha Link
Bridging the Missing Links in Odisha

କୁମୁଛି ସଂକ୍ରମଣ, ହେଲେ ଥମୁନି ମୃତ୍ୟୁହାର; ଆଉ ୬୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣର ହାର ହେଲେ ଥମୁନି ମୃତ୍ୟୁହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୪ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୩୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଏଥିସହ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୨ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୭୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍‌ରୁ ୫୯ଜଣ ରହିଛନ୍ତି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି। ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୧୭୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୪୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୨୪୬୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.