Odisha Link
Bridging the Missing Links in Odisha

ରାଜ୍ୟରେ କମୁଛି ସଂକ୍ରମଣ, ଦିନକରେ ୧୯୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୯୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୨ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭୫ଜଣ, ଯାଜପୁର ଜିଲ୍ଲାରୁ ୧୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୪୮ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୪୩୧ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୪ଜଣ, ଷ୍ଟେଟ ପୁଲ୍‌ରୁ ୭୫ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୩୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୩୪୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୫୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୪୭୦୩୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.