ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୮ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସଂକ୍ରମଣ ହାର କମୁଥିବା ବେଳେ ଥମୁନି ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୧୩ ଜଣ ଲୋକାଲ୍ କେସ୍ ରହିଛନ୍ତି। ଏଥିସହ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ ରହିଛନ୍ତି। ବରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି। ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୩୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୩୪୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୧୫୪୦୦ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।