Odisha Link
Bridging the Missing Links in Odisha

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଗତକାଲି ଶରଧା ବାଲିରେ ତିନି ରଥ ରଥ ପହଞ୍ଚି ସାରିଛି। ରଥାରୂଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି।

ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଡପ ମଣ୍ଡପ ବିଜେ ନୀତି ସମ୍ପାଦନ କରିବେ ସେବାୟତ। ଆଡ଼ପମଣ୍ଡପ ବିଜେ କରି ଜନ୍ମ ବେଦୀରେ ଲୀଳାଖେଳା କରିବେ ତିନି ଠାକୁର। ଗତକାଲି ଶାନ୍ତିଶୃଙ୍ଖଳା ସହ ଶେଷ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା।

ଏଥିସହ କର୍ଫ୍ୟୁ କଟକଣା ବୁଧବାର ସକାଳ ୬ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। ଶ୍ରୀଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ। ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି।

କେବଳ ସ୍ୱୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ। ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.