Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: କରୋନା ନେଲା ଆଉ ୬୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି। ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି। ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୫୭୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୮୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.