Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି। ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି। ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୭୮୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.