Odisha Link
Bridging the Missing Links in Odisha

ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ନେଇ ଆସିଲା ଜୁଲାଇ ସାସ ପାଇଁ ନୂଆ ଗାଇଡଲାଇନ। ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ସମ୍ବୋଦନ କରିଛନ୍ତି। ରାଜ୍ୟରେ ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଅଗଷ୍ଟ ୧ ଯାଏଁ ପୁଣି ଥରେ ଆଂଶିକ ଲକଡାଉନ ଘୋଷଣା କରାଯାଇଥିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ, ପରିସ୍ଥିତି ଏଯାଏଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ। କାଟେଗୋରୀ ‘ଏ’ରେ ୨୦ ଓ କାଟେଗୋରୀ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ ବୋଲି ଶ୍ରୀ ମହାପାତ୍ର ଘୋଷଣା କରିଛନ୍ତି।

Leave A Reply

Your email address will not be published.