Odisha Link
Bridging the Missing Links in Odisha

ଦରବୃଦ୍ଧି ନେଇ ଆଜି ବାମ ଦଳର ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଆଜି ବାମ ଦଳର ଓଡ଼ିଶା ବନ୍ଦ ଡାକରା। ତୈଳ ଦର ବୃଦ୍ଧି ସହ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି ବାମ ଦଳ। ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ବନ୍ଦ ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରି ସାରିଛି।

ଆଜି ସକାଳୁ ସକାଳୁ ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି। ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.