Odisha Link
Bridging the Missing Links in Odisha

ଆଂଶିକ ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ଜାଣନ୍ତୁ…

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ନେଇ ଆସିଲା ଜୁଲାଇ ସାସ ପାଇଁ ନୂଆ ଗାଇଡଲାଇନ। ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ସମ୍ବୋଦନ କରିଛନ୍ତି। ରାଜ୍ୟରେ ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଅଗଷ୍ଟ ୧ ଯାଏଁ  ପୁଣି ଥରେ ଆଂଶିକ ଲକଡାଉନ ଘୋଷଣା କରାଯାଇଥିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ, ପରିସ୍ଥିତି ଏଯାଏଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ।  କାଟେଗୋରୀ ‘ଏ’ରେ ୨୦ ଓ କାଟେଗୋରୀ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ ବୋଲି ଶ୍ରୀ ମହାପାତ୍ର ଘୋଷଣା କରିଛନ୍ତି। କାଟେଗୋରୀ ‘ଏ’ରେ ଏଣିକି ରାତି ୮ଟା ଯାଏଁ ଦୋକାନ ଖୋଲିବ। କାଟେଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଦୋକାନ ବଜାର  ଖୋଲାରହିବ। ସେହିପରି କାଟେଗୋରୀ ‘ବି’ରେ ସନ୍ଧ୍ୟା ୫ଟା ଯାଏଁ ଦୋକାନ ବଜାର ଖୋଲା ରହିବ। କାଟେଗୋରୀ ‘ବି’ରେ ସପ୍ତାହରେ ୫ ଦିନ ଦୋକାନ ବଜାର ଖୋଲିବ। ତେବେ କାଟେଗୋରୀ ‘ବି’ରେ ନାଇଟ କର୍ଫୁ୍ୟ ବଳବତ୍ତର ରହିବ। କାଟେଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ।

କାଟେଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ।  ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର ବନ୍ଦ ରହିବ। ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ ଓ ସେଲୁନ ଆସନ୍ତାକାଲି ଠାରୁ ଖୋଲିବ। ବିନା ଦର୍ଶକରେ ଆଉଟଡୋର ସ୍ପୋର୍ଟସକୁ ସରକାର ଅନୁମତି ଦେଇଛନ୍ତି । ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ଅନୁମତି ଦିଆଯାଇଛି। 

ଏଣିକି ସାରା ରାଜ୍ୟରେ ବସ ସେବା ଚାଲୁ ରହିବ। ବସରେ ଯେତିକି ସିଟ ସେତିକି ଲୋକ ଯିବାକୁ ଅନୁମତି ମିଳିବ। କେବଳ ପୁରୀକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବସ ଚଳାଚଳକୁ ବାରଣ କରାଯାଇଛି। ଟ୍ୟାକ୍ସି ଓ ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ। ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଟ୍ୟାକ୍ସି ଓ ଅଟୋ  ଚାଲିବ। 

Leave A Reply

Your email address will not be published.