Odisha Link
Bridging the Missing Links in Odisha

ଦିନକରେ ୨୦୭୦ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ମହାମାରୀ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ରାଜ୍ୟର କିଛି ଜିଲ୍ଲାରେ କରୋନା ମାମଲା କମ୍‌ ଚିହ୍ନଟ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ବର ଓ କଟକ ଜିଲ୍ଲାରେ ଏବେ ବି ମାମଲା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ୨୪ ଘଣ୍ଟାରେ ୨୦୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୯,୯୨୯ରେ ପହଁଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୫ ଜଣ କ୍ବାରାଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୭୫ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଦିନକରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୬ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୬ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନାଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍‌ରୁ ୮୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୪୯,୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧,୭୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୨୩,୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.