Odisha Link
Bridging the Missing Links in Odisha

ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ପରୀକ୍ଷା ପରେ ଖୋଲିବ।

ଗଣଶିକ୍ଷା ସଚିବ କହିଛନ୍ତି, ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିବ। ଅଭିଭାବକମାନଙ୍କ ସହ ଆଲୋଚନା କରି ସ୍କୁଲକୁ ଆସିପାରିବେ ପିଲା। ଦଶମ ଓ ଦ୍ୱାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ଚାଲୁ ରହିବ।

ସେ ଆହୁରି କହିଛନ୍ତି, ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଳ ବିଶେଷରେ ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ ରହିବ। ଯଦି କେଉଁଠି କେସ ବଢ଼ିବ, ସେଠି ଜିଲ୍ଲାପାଳଙ୍କ ଅନୁସାରେ ସ୍କୁଲ ଖୋଲିବ। ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ। ସ୍କୁଲରେ ଖେଳଛୁଟି ହେବନି। ପିଲା ଘରେ ଯାଇ ଖାଇ ପାରିବେ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।

Leave A Reply

Your email address will not be published.