Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ମାମଲା କମିବାରେ ଲାଗିଛି। ହେଲେ ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି। ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି। ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୫୪,୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧,୨୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୨୭,୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୦୫୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।

Leave A Reply

Your email address will not be published.