Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ରାଜ୍ୟରେ ୧୬୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ ରହିଛନ୍ତି।

କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୭ଜଣ , ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୦୪୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.