Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ଆଉ ୫୮ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି। ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ଜଣ ରହିଛନ୍ତି। ବାଲେଶ୍ୱର, କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୦୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୧୬ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.