Odisha Link
Bridging the Missing Links in Odisha

ଆଜି ଜନ୍ମବେଦୀରେ ମହାପ୍ରଭୁଙ୍କ ଶେଷ ସନ୍ଧ୍ୟା ଦର୍ଶନ

ପୁରୀ: ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ଦର୍ଶନ ଦେଇ ମହାପ୍ରଭୁ ବାହୁଡ଼ା ଯାତ୍ରାରେ ବାହାରିବେ। ପ୍ରତିବର୍ଷ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥାଏ। କିନ୍ତୁ ଚଳିତବର୍ଷ କରୋନା କଟକଣା ପାଇଁ ବିନା ଭକ୍ତରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ନୀତି ଅନୁଷ୍ଠିତ ହେବ।

ସନ୍ଧ୍ୟା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ସନ୍ଧ୍ୟା ଦର୍ଶନ ନୀତିକୁ ରାତି ୧୦ଟା ଭିତରେ ଶେଷ କରି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି। ରାତି ୧୦ଟାରେ ପହୁଡ଼ ଆଳତି ପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାହୁଟ କଣ୍ଟ, ଚାରବନ୍ଧା, କୁସୁମିଲାଗି ନୀତି ଅନୁଷ୍ଠିତ ହେବ। ଜୁଲାଇ ୨୦ ତାରିଖରେ ବାହୁଡ଼ା ନୀତି ଶେଷ ପରେ ମଧ୍ୟାହ୍ନ ୧୨ଟାରେ ରଥଟଣା ଆରମ୍ଭ ହେବ।

Leave A Reply

Your email address will not be published.