Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: ଆଉ ୫୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି। ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୮୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୧୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୨୬୬୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୭୨ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.