Odisha Link
Bridging the Missing Links in Odisha

ଆଜି ପବିତ୍ର ବାହୁଡ଼ା ଯାତ୍ରା

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ଆଜି ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ସୋମବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ସାଢ଼େ ୬ଟାରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ବାହୁଡ଼ା ପହଣ୍ଡି ପାଇଁ ସୋମବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ କଣ୍ଟ, ଚାର ବନ୍ଧା, କୁସୁମିଲାଗି ନୀତି ଆରମ୍ଭ ହୋଇଛି।

ତିନି ରଥରେ ବି ଚାରମାଳ ବନ୍ଧା ଶେଷ ହୋଇଛି। ସେପଟେ ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷ ପରେ ଅପରାହ୍ଣ ୪ଟାରେ ରଥ ଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।

ଆଜି ହରିଶୟନ ଏକାଦଶୀ ଥିବାରୁ ଏଥିପାଇଁ ବି ଶ୍ରୀମନ୍ଦିର ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ବି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଅନ୍ୟପଟେ ବାହୁଡ଼ା ପାଇଁ ଆଜି ରାତି ୮ଟାରୁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗୁ କରାଯାଇଛି।ବାହୁଡ଼ ପରେ ଜୁଲାଇ ୨୧ରେ ସୁନାବେଶ, ଜୁଲାଇ ୨୨ରେ ଅଧରପଣା ନୀତି, ଜୁଲାଇ ୨୩ରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

Leave A Reply

Your email address will not be published.