Odisha Link
Bridging the Missing Links in Odisha

ବାହୁଡ଼ା ଯାତ୍ରା: ପହଣ୍ଡି ନୀତି ଆରମ୍ଭ, ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କରୋନା କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା।

ତେବେ କଡା କଟକଣା ଭିତରେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଏହି ଅବସରରେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି। ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା କରିବା ପାଇଁ ସେବାୟତ ମାନେ ଆରମ୍ଭ କରିଛନ୍ତି ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି।

ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି ଶେଷ ହେବା ପରେ ଅପରାହ୍ନ ୧ଟାରୁ ୨ଟା ୩୦ ମଧ୍ୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବେଶ ସମାପ୍ତ କରାଯିବ। ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି ଓ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ ହେବ। ଏହାପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ।

ସୂଚନାଯୋଗ୍ୟ ଯେ, ବାହୁଡ଼ା ଯାତ୍ରା ପରେ ଆସନ୍ତା ୨୧ରେ ସୁନାବେଶ ଓ ୨୨ରେ ଅଧରପଣାନୀତି, ୨୩ରେ ନିଳାଦ୍ରୀ ବିଜେ ନୀତି ଅନୁଷ୍ଠିତ ହେବ। ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି । ସେଥିପାଇଁ ଗତକାଲି ରାତି ୮ଟାରୁ ଆସନ୍ତା ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ସହରରେ କର୍ଫ୍ୟୁ ନିୟମକୁ କଡ଼ାକଡ଼ି କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

Leave A Reply

Your email address will not be published.