Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଥମୁନାହିଁ ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି। ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି। କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି। ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି। ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୯୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୫୦୦୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୨୪୧ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.