Odisha Link
Bridging the Missing Links in Odisha

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ହେବେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ

ଭୁବନେଶ୍ୱର: ଓଡ଼ିଆ ପୁଅ (ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ମଙ୍ଗଳବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚାନଯୋଗ୍ୟ, ବିନୟ ଶ୍ରୀକାନ୍ତ 2019ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି। ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ। ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ 2004 ରୁ 2012 ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି।

2012ରୁ 2014 ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ। ଏହି ଖବର ପାଇବା ପରେ ତାଙ୍କ ପାଖକୁ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ଠାରୁ ଶୁଭେଚ୍ଛାର ସୁଅ ଛୁଟିଛି।

Leave A Reply

Your email address will not be published.