Odisha Link
Bridging the Missing Links in Odisha

୨୬ରୁ ଖୋଲିବ ହଷ୍ଟେଲ, ସରକାର କଲେ ଘୋଷଣା

ଭୁବନେଶ୍ବର: କରୋନା କାଳରେ ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଆସନ୍ତା ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ ବୋଲି ସରକାର ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ମୁଖ୍ୟତଃ ଗଣଶିକ୍ଷା, ଏସି/ ଏସଟି ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ସେହିପରି ଘରୋଇ ସଂସ୍ଥା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ହଷ୍ଟେଲ ଖୋଲିବ।

ନିକଟରେ ରାଜ୍ୟ ସରକାର ଜୁଲାଇ ୨୬ ତାରିଖରୁ ସ୍କୁଲ ଖୋଲିବା ନେଇ ଘୋଷଣା କରିଥିଲେ। ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ କହିଛନ୍ତି ଯେ, ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏସଓପି ଜାରି କରିଛି। ଅନଲାଇନ୍ ପାଠପଢ଼ାରେ ବିଭ୍ରାଟ ସୃଷ୍ଟି ହେବା କାରଣରୁ ବିଭାଗ ଏଭଳି ନିଷ୍ପତ୍ତି ନେଇଛି।

କଟକଣା ଆଉ ସୁରକ୍ଷା ବଳୟ ଭିତରେ ସ୍କୁଲ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସ୍କୁଲକୁ ନିୟମିତ ଭାବେ ସାନିଟାଇଜ୍ କରାଯିବ। ଏପରିକି ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ତାସହିତ ସ୍କୁଲରେ ଆଇସୋଲେସନ ରୁମ୍ ବି ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.