Odisha Link
Bridging the Missing Links in Odisha

ଆଜି ୧୯୪୮ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ବର୍ତ୍ତମାନ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ଗୁରୁତ୍ବ ଦିଆଯାଉଛି। ଏସବୁମ ଧ୍ୟରେ ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୧୯୪୮ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ୧୧୨୦ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସବୁକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ଦିନକରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୫୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୭୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୪ଜମ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୧୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ ରହିଛନ୍ତି।

ସେହିପରି କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୮୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୯୯ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୬୧,୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯,୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୩୬,୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.