Odisha Link
Bridging the Missing Links in Odisha

ଆଜି ୧୯୧୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ବର୍ତ୍ତମାନ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ଗୁରୁତ୍ବ ଦିଆଯାଉଛି। ଏସବୁମ ଧ୍ୟରେ ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୧୯୧୭ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ୧୧୦୯ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସବୁକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର ୮୫୧ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୨ଜଣ, ଯାଜପୁର ଜିଲ୍ଲାରୁ ୮୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି।

ସେହିପରି କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୮ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଷ୍ଟେଟ ପୁଲ୍‌ରୁ ୧୦୯ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୬୩,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯,୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୩୯,୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.