Odisha Link
Bridging the Missing Links in Odisha

ଚାଲିଗଲା ଆଉ ୬୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ବର୍ତ୍ତମାନ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ଗୁରୁତ୍ବ ଦିଆଯାଉଛି। ଏସବୁ ମଧ୍ୟରେ ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୧୯୧୭ ନୂଆ କରୋନା ସଂକ୍ରମିତ। ଅନ୍ୟପଟେ ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ଲାଗୁନି ଅଙ୍କୁଶ। ଦିନକୁ ଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଚାଲି ଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୭୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୩ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୨୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫,୩୭୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.