Odisha Link
Bridging the Missing Links in Odisha

ଚଳିତ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ରୌପ୍ୟ ପଦକ

ନୂଆଦିଲ୍ଲୀ: ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ରୌପ୍ୟ ପଦକ। ଦେଶ ପାଇଁ ଏହି ଗୌରବ ଆଣିଛନ୍ତି ମୀରାବାଈ ଚାନୁ। ସେ ଭାରୋତ୍ତୋଳନରେ ୪୯ କେଜି ବର୍ଗରେ ଜିତିଛନ୍ତି ରୌପ୍ୟ ପଦକ। ସେ ସ୍ନାଚ୍‌ରେ ୮୭ ଓ କ୍ଳିନ୍ ଆଣ୍ଡ ଜର୍କରେ ୧୧୫ କେଜି ଉଠାଇଥିଲେ। ଏହା ସହିତ ମୀରାବାଈ ଚାନୁ ଇତିହାସ ରଚିଛନ୍ତି।

ଅଲିମ୍ପିକ୍ସରେ ଭାରୋତ୍ତୋଳନକାରୀ ଭାବେ ରୌପ୍ୟ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ। ସେହିପରି କର୍ଣ୍ଣମ ମାଲେଶ୍ୱରୀଙ୍କ ପରେ ସେ ହେଉଛନ୍ତି ମୀରାବାଈ ଚାନୁ ହେଉଛନ୍ତି ଦ୍ୱିତୀୟ ଭାରୋତ୍ତୋଳନକାରୀ ଯିଏ ଦେଶ ପାଇଁ ଅଲିମ୍ପିକ୍ସରେ ମେଡାଲ ଜିତିଛନ୍ତି। ଏହା ପୂର୍ବରୁ ୨୦୦୦ ମସିହାରେ ଅନୁଷ୍ଠିତ ସିଡ୍‌ନୀ ଅଲିମ୍ପିକ୍ସରେ କର୍ଣ୍ଣମ ମାଲେଶ୍ୱରୀ ବ୍ରୋଞ୍ଜ ପଦକ ଜିତିଥିଲେ।

ମୀରାବାଈ ଚାନୁ ୪୮ କେଜି ଓ ୮୭ କେଜି ଓଜନକୁ ସଫଳତାର ସହିତ ଉଠାଇ ଥିଲେ। ଅନ୍ୟପକ୍ଷରେ କ୍ଲିନ୍ ଓ ଜର୍କରେ ୧୧୫ କେଜି ଓଜନ ଉଠାଇ ମୀରାବାଈ ଚାନୁ ଅଲିମ୍ପିକ୍ସରେ ନୂଆ ରେକର୍ଡ ସ୍ଥାପନ କରିଛନ୍ତି।

ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ପଦକ ଜିତିବା ପରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜଣାଯାଉଛି।

Leave A Reply

Your email address will not be published.